ମୁଖ୍ୟ ବିଷୟବସ୍ତୁକୁ ଯାଆନ୍ତୁ
CLYVNIQବାଇବଲର ଯାତ୍ରା କରନ୍ତୁ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 122

1ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ, ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି। 2ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି; 3ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ; 4ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି। 5କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ-ବଂଶର ସିଂହାସନସବୁ ସ୍ଥାପିତ ଅଛି। 6ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର; ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ। 7ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ। 8ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ। 9ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ ମୁଁ ତୁମ୍ଭର ମଙ୍ଗଳ ନିମନ୍ତେ ପ୍ରାର୍ଥନା କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · ଲାଇସେନ୍ସ