ମୁଖ୍ୟ ବିଷୟବସ୍ତୁକୁ ଯାଆନ୍ତୁ
CLYVNIQବାଇବଲର ଯାତ୍ରା କରନ୍ତୁ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 129

1ମୋʼ ଯୌବନଠାରୁ ମୋʼ ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କୁହନ୍ତୁ; 2ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି। 3କୃଷକମାନେ ମୋʼ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ। 4ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି। 5ସିୟୋନକୁ ଘୃଣା କରିବା ଲୋକ ସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ। 6ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ; 7ଯଦ୍ଦ୍ୱାରା କଟାଳି ଆପଣା ହସ୍ତ, ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ। 8କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ, ଏହା ପଥିକମାନେ କହନ୍ତି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · ଲାଇସେନ୍ସ